Odisha News

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର,୨୮/୪ : ରାଜ୍ୟରେ ଏବେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଆଜି(ଶୁକ୍ରବାର) ୬ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ।
ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ଏହିଭଳି କାଳବୈଶାଖୀ ବର୍ଷା ଜାରି ରହିବା ସହ ତାପମାତ୍ରା ବି ବିଶେଷ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି।
ଆଜି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

Related Posts

Seo wordpress plugin by www.seowizard.org.