Odisha News

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୧ କରୋନା ପଜିଟିଭ୍

ଭୁବନେଶ୍ୱର,୧/୪ : ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୬୧ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୧୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୬୯୯୮୪୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.