Odisha News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରୁ ୨୮ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, ୭/୪ : ଗତକାଲି ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଗୁରୁବାର ରାଜ୍ୟର ମାତ୍ର ୧୧ଟି ଜିଲ୍ଲାରୁ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଓ ଷ୍ଟେଟ୍ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୮୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୪୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.