Odisha News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର, ୮/୬: ରାଜ୍ୟରେ ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୪୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ସଂକ୍ରମିତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ମଧ୍ୟରୁ ୧୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୨୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୩୨୫୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.