Odisha News

ରାଜ୍ୟରେ ମୌସୁମୀ ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮/୮: ରବିବାର ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ । ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ ଏହି ପୂର୍ବାନୁମାନ କରିଛି । ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା ଅଛି ।
ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇଛି । ଭଦ୍ରକରେ ୭୧, ଯାଜପୁରରେ ୪୨, ଭୁବନେଶ୍ୱରରେ ୩୨.୩, ବାଲେଶ୍ୱରରେ ୧୭.୬ ଓ ବାରିପଦାରେ ୧୦.୬ମିମି ବର୍ଷା ହୋଇଛି ।

Related Posts

Seo wordpress plugin by www.seowizard.org.