Odisha News

ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୧୭ ଜଣକୁ ବୃଦ୍ଧି

ଭୁବନେଶ୍ୱର, ୨୭/୪ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୧୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୬୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୩୮୩୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.