ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କରୋନା ପଜିଟିଭ୍, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
ଭୁବନେଶ୍ବର, ୧୯/୪: ଗତକାଲି ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ମଙ୍ଗଳବାର ରାଜ୍ୟର ମାତ୍ର ୭ଟି ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।