Odisha News

ରାଜ୍ୟରେ ୫୦୦ ଡେଇଁଲା କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର ,୯/୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୯୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୭ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ରୁ ୫୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୨୯୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୯୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୦୯୫୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୧୩୦୫୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.