Odisha News

ସିଆରପିଏଫର କୁମ୍ବିଂ ବେଳେ ବହୁ ସାମଗ୍ରୀ ଜବତ, ୧୧ ସନ୍ଧିଗ୍ଧ ବ୍ୟକ୍ତି ଅଟକ: ପଚରାଉଚରା ଜାରୀ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୧୯/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ହରିପୁର ନିକଟସ୍ଥ ବୁଢ଼ା ପାହାଡ଼ ରେ କୋଟଗଡ ସିଆରପିଏଫ ବାଟାଲିୟନ ଯବାନ ଙ୍କ କୁମ୍ବିଙ୍ଗ ବେଳେ ସନ୍ଦେହଜନକ ମାଓ ସାମଗ୍ରୀ ସହ ୧୧ଜଣ ଙ୍କୁ ଧରିବାରେ ସକ୍ଷମ ହୋଇଛି ।
ଜବତ ସାମଗ୍ରୀ ମଧ୍ୟରେ ୪ଦେଶୀବନ୍ଧୁକ,୩ ଟାଙ୍ଗିଆ, ଗୋଟିଏ କଟୁରୀ, ରଂଜକ, ହେଡ଼ ଲାଇଟ, ଥଳି, ଓ ୨ଟି ମୋବାଇଲ ଫୋନ ଜବତ ହୋଇଥିବା ଦେଖିବାକୁ ମିଳିଛି ।
ସିଆରପିଏଫ ସୂଚନାନୁଯାଇ କୋଟଗଡ ସିଆରପିଏଫ ଯବାନ ମାନେ ନିଜର ଦୈନିକ ରୁଟିନ ଅନୁଯାଇ ମାଦାଗୁଡା ପଂଚାୟତ ର ଜରିଘାଟି ଗାଁ ନିକଟରେ କୁମ୍ବିଙ୍ଗ କରିବା ବେଳେ ସନ୍ଦେହଜନକ ଅବସ୍ଥାରେ ବନ୍ଧୁକ ସହ କିଛି ଲୋକ ଦୌଡ଼ି ଚାଲିଯିବାକୁ ଉଦ୍ୟମ କରିଥିଲେ ।
ଫଳରେ ସିଆରପିଏଫ ପକ୍ଷରୁ ସେମାନଙ୍କୁ କାବୁ କରିବା ସହ ବହୁ ସାମଗ୍ରୀ ଜବତ କରାଯାଇଛି । ଏହି ୧୧ଜଣ ବ୍ୟକ୍ତି ମାନେ କିଏ ଓ କଣ ପାଇଁ ସେମାନେ ଏତେ ଗୁଡିଏ ସାମଗ୍ରୀ ପାଖରେ କାହିଁକି ରଖିଥିଲେ ? ସେମାନଙ୍କ ସହ ସେମିତି କିଛି ମାଓ ଗତିବିଧି ଲିଙ୍କ ରହିଛି କି ତାର ସମ୍ପୂର୍ଣ୍ଣ ଖୋଳତାଡ ଜାରି ରଖିଥିବା ଜଣାପଡିଛି ।

Related Posts

Seo wordpress plugin by www.seowizard.org.