Odisha News

୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର, ୭/୬: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ।
୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିଅସ୍ ବଢ଼ିବପାରେ ବୋଲି କୁହାଯାଉଛି। ବରଗଡ଼, ବଲାଙ୍ଗୀର, ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା। ଏଭଳି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Posts

Seo wordpress plugin by www.seowizard.org.