Odisha News

୫ ବର୍ଷରେ ୩୬ ଜଣ ସୁନା ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି

ଭୁବନେଶ୍ୱର,୧୯/୨: ସୁନା କିଣୁଥିଲେ ହୋଇ ଯାଆନ୍ତୁ ସାବଧାନ । କାରଣ ଓଜନରେ ଠକୁଛନ୍ତି ସୁନା ଦୋକାନୀ । ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି ।
ସେମାନଙ୍କଠାରୁ ୪ ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି । ଏ ନେଇ ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।
ବିଜେଡ଼ି ବିଧାୟକ ପ୍ରଶାନ୍ତ ବେହେରା ପ୍ରଶ୍ନ କରିଥିଲେ, ଗତ ୫ବର୍ଷରେ କେଉଁ ସୁନା ଗହଣା ଦୋକାନରେ ମାନକ ଓ ମାପକରେ ତ୍ରୁଟି ଧରାଯାଇଛି ଏବଂ ସେମାନଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ।
ଏ ନେଇ ଯୋଗାଣ ମନ୍ତ୍ରୀ କହିଛନ୍ତି, ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି । ସେମାନଙ୍କଠାରୁ ୪ ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି ।
ସେହିପରି ୮ ଜଣ ବଡ଼ ବ୍ୟବସାୟୀ ନକଲି ହଲମାର୍କରେ ସୁନା ବିକ୍ରି କରୁଥିବା ଅଭିଯୋଗରେ ଧରାପଡିଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଲାଇସେନ୍ସ ବାତିଲ କରାଯାଇଥିବାବେଳେ ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି ।

Related Posts