Odisha News

୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଲେ ଥାନା ଏଏସଆଇ

ବାଲିପାଟଣା,୩/୮: କମିସନରେଟ ପୁଲିସ ଅଧୀନ ବାଲିପାଟଣା ଥାନାର ଏଏସଆଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ମାମଲାର ରଫାଦଫା କରିବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଏଏସଆଇ ପୁଷ୍ପଲତା ପାଇକରାୟ।
ବୁଧବାର ଦିନ ୧୧ ଟା ସମୟରେ ସରକାରୀ କ୍ଵାଟରରେ ରହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଥିଲେ। ଭିଜିଲାନ୍ସ ଡିଏସପି ଅମିତା ତ୍ରିପାଠୀ , ଇନ୍ସପେକ୍ଟର ମଦନ ମୋହନ ପ୍ରଧାନଙ୍କ ସହ ୮ ଜଣିଆ ଟିମ ଚଢ଼ାଉ କରିଥିଲେ।

Related Posts

Seo wordpress plugin by www.seowizard.org.