Odisha News

୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ, ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର ୨୪/୧ : ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା । ରାଜଧାନୀ ଭୁବନେଶ୍ବର ସମେତ ସୋନପୁର, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଝାରସୁଗୁଡା, ବାରିପଦା, ଚାନ୍ଦବାଲି ଏବଂ ବାଲେଶ୍ବର ଜିଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି ।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଏଥିପାଇଁ ୯ ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର,ମୟୁରଭଞ୍ଜ ଏବଂ ଢେ଼ଙ୍କାନାଳ ଜିଲ୍ଲାକୁ ସତର୍କତା କରିଛି ପାଣିପାଗ ବିଭାଗ ।
ସେହିପରି ଆସନ୍ତା ୨୬ ଯାଏଁ ରାଜ୍ୟର ଅନେକ ସ୍ଥାନରେ କୋହଲା ପାଗ ରହିବା ସହ ବର୍ଷା ହୋଇପାରେ । ୨୪ ଏବଂ ୨୫ରେ ରେ ରାଜ୍ୟର ଅନେକ ସ୍ଥାନରେ କୁହୁଡି ଦେଖାଦେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Related Posts

Seo wordpress plugin by www.seowizard.org.