Odisha News

ପିକନିକ୍ ଯାଉଥିଲେ ୫୦ ଛାତ୍ରଛାତ୍ରୀ; ପିଟି ଦେଲା ଟ୍ରକ୍, ଚାଲିଗଲା ୩ ଜୀବନ

ଦଶପଲ୍ଲା, ୨୭/୧: ପିକନିକ ଯିବାବେଳେ ବସକୁ ଧକ୍କା ଦେଲା ଟ୍ରକ ଜ୍ଝ ଆଉ ଏହି ଦୁର୍ଘଟଣାରେ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଯାଇଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି ।
ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ରୁ ଅଧିକ ଛାତ୍ରଛାତ୍ରୀ ପିକନିକ୍ କରିବାକୁ ବଲାଙ୍ଗିର ଜିଲ୍ଲା ହରିଶଙ୍କରକୁ ଯାଉଥିଲେ। ତେବେ ବୁଗୁଡ଼ା ନିକଟ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ଟ୍ରକ ସହ ବସ୍ଟି ପିଟି ହୋଇଥିଲା।
ଫଳରେ ଘଟଣାସ୍ଥଳରେ ୨ଜଣ ଏବଂ ମେଡିକାଲ ଯିବା ବାଟରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୩ ଛାତ୍ରୀଙ୍କ ମଧ୍ୟରୁ ୨ ଜଣଙ୍କ ଘର ଦଶପଲ୍ଲାରେ ଓ ଅନ୍ୟ ଜଣଙ୍କ ଘର କନ୍ଧମାଳ ଜିଲ୍ଲା ଖଜୁରୀପଡ଼ାରେ ବୋଲି ଜଣାଯାଇଛି।
ଦୁର୍ଘଟଣାରେ ୩ ଜଣ ଛାତ୍ରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇପଡିଥିବାବେଳେ ୧୨ ଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଛାତ୍ରମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଓ ନୟାଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Related Posts

Seo wordpress plugin by www.seowizard.org.