Odisha News

ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି, ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ

କଟକ,୭/୨ : ଓଡ଼ିଶା ହାଇକୋର୍ଟ ର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।
୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ।
ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ନିଯୁକ୍ତି ଦେବା ନିମନ୍ତେ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଥିଲେ। ଜଷ୍ଟିସ ଶୁଭାଶୀଷ ତାଳପତ୍ରଙ୍କ ଅବସର ପରେ ଅକ୍ଟୋବର ୩ରୁ ଓଡ଼ିଶା ମୁଖ୍ୟ ବିଚାରପତି ପଦ ଖାଲି ପଡ଼ିଥିଲା।

Related Posts

Seo wordpress plugin by www.seowizard.org.