ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ : ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୧୭/୧:ଶୁକ୍ରବାର ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପୁଣି ଏକ ବଡ ଘୋଷଣା କରିଛନ୍ତି। ଚଳିତ ମାସ ଶେଷ ସୁଦ୍ଧା ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ପର୍ୟ୍ୟନ୍ତ ସୁଭଦ୍ରାରେ ୧୭ ହଜାର ମହିଳା ପୁଣି ସାମିଲ ହୋଇଛନ୍ତି । ‘ଅପଟ୍ ଆଉଟ୍ ହୋଇଥିବା ୧୭ ହଜାର ମହିଳା ପୁଣି ଯୋଡି ହୋଇଛନ୍ତି ।
୩୧ ହଜାର ଅପଟ୍ ଆଉଟ୍ ହୋଇଥିଲେ, ୧୭ ହଜାର ମିଶିଛନ୍ତି । ବାକି ଥିବା ୧୪ ହଜାର ମହିଳା ଅପଟ୍ ଇନ୍ ନ କରିପାରନ୍ତି । ସେମାନେ ଆୟକର ବର୍ଗର ହୋଇଥାଇ ପାରନ୍ତି ।
୨ ଲକ୍ଷରୁ ଅଧିକ ଇ-କେୱାଇସି ଅପ୍ଡେଟ୍ କରି ନାହାନ୍ତି। ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ ଇ-କେୱାଇସି ଅପଡେଟ୍ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।