ଜାତୀୟ ପଞ୍ଚାୟତରାଜ ଦିବସ ଅବସରରେ ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ପୁରୀ, ୨୪/୪: ପୁରୀ ଜିଲ୍ଲା ତାଳବଣିଆଠାରେ \’ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫\’ ରାଜ୍ୟସ୍ତରୀୟ ସମାରୋହ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।
ଏହି ଅବସରରେ ୬ ଲକ୍ଷ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାତ୍ମା ଗାନ୍ଧୀ କହୁଥିଲେ,‘ଭାରତ ଗ୍ରାମରେ ବାସ କରେ’।
ଏଥିରେ କୌଣସି ଦ୍ଵିମତ ନାହିଁ । ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ ଗ୍ରାମରେ ବାସ କରନ୍ତି। ଓଡ଼ିଶାର ୮୩ ପ୍ରତିଶତ ଲୋକେ ଗ୍ରାମରେ ବାସ କରନ୍ତି ।
ତେଣୁ, ଯେତେଦିନ ପର୍ଯ୍ୟନ୍ତ ଗ୍ରାମର ବିକାଶ ହୋଇ ପାରିବ ନାହିଁ, ସେତେଦିନ ପର୍ଯ୍ୟନ୍ତ ଦେଶର ବିକାଶ ଅସମ୍ଭବ । ପ୍ରତ୍ୟେକ ଲୋକଙ୍କ ପାଖରେ କାର୍ଡ ପହଞ୍ଚିବ । ସେହିପରି ଆଗାମୀ ଦିନରେ ଆହୁରି ଲୋକଙ୍କୁ ରାସନ କାର୍ଡ ବଣ୍ଟାଯିବ ବୋଲି ନିଜ ଅଭିଭାଷଣରେ ଖାଉଟି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି ।
ଏହି କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କୁ ୨୦୦ କୋଟିର ସିଧାସଳଖ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରି କହିଥିଲେ ଯେ ୩୧ ମାର୍ଚ୍ଚ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ବ୍ୟକ୍ତିମାନେ ଦୁଇଟି କିସ୍ତିରେ ସେମାନଙ୍କର ସହାୟତା ପାଇବେ।