Odisha News

ବୌଦ୍ଧ ପଞ୍ଚାୟତ ସମିତିର ବୈଠକ ଅନୁଷ୍ଠିତ, ଯୋଗଦେଲେ ବୌଦ୍ଧ ଓ କଣ୍ଟାମାଳ ବିଧାୟକ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୧/୫: ମଙ୍ଗଳବାର ଦିନ ସକାଳ ୯ ଘଟିକା ସମୟରେ ବୌଦ୍ଧ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପଞ୍ଚାୟତ ସମିତିର ବୈଠକ ଅନୁଷ୍ଠିତ ହୋଇ ଯାଇଛି ।
ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ଯୋଗ ଦେଇଥିଲେ । ପ୍ରାରମ୍ଭରେ ବିଡ଼ିଓ ଯୁଧିଷ୍ଠିର ମେହେର ସମସ୍ତଙ୍କୁ ସ୍ବାଗତ କରିବା ସହ ପୂର୍ବ ବୈଠକର ବିବରଣୀ ପଠନ କରିଥିଲେ ।
ବୈଠକ ରେ ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ପ୍ରକଳ୍ପ ଗୁଡିକ ଉପରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା । ପରେ ପରେ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଓ ଉନ୍ନୟନ ଉପରେ ଆଲୋଚନା କରାଯାଇଥିଲା ।
ଏହି ବୈଠକ ରେ ବ୍ଲକ୍ ଉପାଧ୍ୟକ୍ଷକ୍ଷଙ୍କ ସମେତ ବ୍ଲକ୍ ଅନ୍ତର୍ଗତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସମିତି ସଭ୍ୟ ଓ ସରପଞ୍ଚ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Related Posts