ଓଡିଶା ରକ୍ତ ଭଣ୍ଡାର (ବୌଦ୍ଧ ଜ଼ିଲ୍ଲା ଶାଖା )ଠାରେ ଓଡିଆ ପକ୍ଷ ଅବସରରେ ରକ୍ତଦାନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୮/୪ : (ବୁଧବାର )ସକାଳ ଘ.୯.୩୦ ମିନିଟ ସମୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଅଭିଯାନ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।
ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହେନ୍ଦ୍ର କୁମାର ସାହୁ, ରକ୍ତ ଭଣ୍ଡାର ଅଧିକାରୀ ଡାକ୍ତର ଭଞ୍ଜ କିଶୋର ରାମଚନ୍ଦ୍ର ଦେଓ ହେମ୍ବ୍ରମ ଯୋଗ ଦେଇଥିଲେ ।
ସମାଜସେବୀ ଦେବାଶିଷ ପୁରୋହିତଙ୍କ ସମେତ ବିଭିନ୍ନ ସ୍ବେଚ୍ଛାସେବୀ ଓ ଜିଲ୍ଲା ରକ୍ତ ଭଣ୍ଡାରର ଟେକନିସିଆନ ଓ କର୍ମଚାରୀ ମାନେ ରକ୍ତଦାତା ମାନଙ୍କୁ ସହଯୋଗ କରିଥିଲେ ।




