Odisha News

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା -୪ରେ ୮ଟି ଜିଲ୍ଲା ପାଇଁ ୧୬୯୭.୦୪ କୋଟି ବ୍ୟୟରେ ୮୨୭ ସଡ଼କ ନିର୍ମାଣ ହେବ

ରାୟଗଡ଼ା, ୧/୫ : ଗ୍ରାମାଞ୍ଚଳର ବିକାଶ ବିନା ସମୃଦ୍ଧ ଓଡ଼ିଶାର ପରିକଳ୍ପନା ଅସମ୍ଭବ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିକୁ ସାକାର କରିବା ପାଇଁ ରାଜ୍ୟ ସରକାର ଚଗଏଝଣ-ଓଠ ମାଧ୍ୟମରେ ଅଣ-ସଂଯୋଜିତ ଗ୍ରାମଗୁଡ଼ିକୁ ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଆଜି ରାଜ୍ୟର ଗ୍ରାମାଞ୍ଚଳ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଚତୁର୍ଥ ପର‌୍ୟ୍ୟାୟର ଶୁଭାରମ୍ଭ ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ରାୟଗଡ଼ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀଯୁକ୍ତ ଶିବରାଜ ସିଂ ଚୌହାନଙ୍କ ଉପସ୍ଥିତିରେ ଏହି ମହତ୍ତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ପିଏମ୍‌ଜିଏସ୍‌ୱାଇ-୪ରେ ଓଡ଼ିଶାର ୮ଟି ଜିଲ୍ଲା ପାଇଁ ପ୍ରାୟ ୧୭୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ବ୍ୟୟ ବରାଦ କରାଯିବ। ଏଥିରେ ୮୯୮ଟି ଗାଁରେ ୧୭୦୨ କିଲୋମିଟର ପକ୍କାରାସ୍ତା ନିର୍ମାଣ କରାଯିବ। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରାୟଗଡ ଜିଲ୍ଲା ପାଇଁ ଅନେକ ନୂତନ ସଡ଼କ ପ୍ରକଳ୍ପ ଘୋଷଣା କରିବା ସହ ଏକାଧିକ ପାନୀୟ ଜଳ ଓ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି ଯେ, ଏହି ପର‌୍ୟ୍ୟାୟରେ କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନବଙ୍ଗପୁର, ରାୟଗଡ଼ା ଓ ସମ୍ବଲପୁର ଭଳି ୮ଟି ଜିଲ୍ଲାର ୮୯୮ଟି ଗ୍ରାମକୁ ସବୁଦିନିଆ ପକ୍କା ରାସ୍ତା ଯୋଗାଇ ଦିଆଯିବ। ଏଥିପାଇଁ ୧୭୦୨ କିଲୋମିଟର ଦୈର୍ଘ୍ୟର ୮୨୭ଟି ନୂତନ ରାସ୍ତା ନିର୍ମାଣ ହେବ, ଯେଉଁଥିରେ କେନ୍ଦ୍ର ଓ ରାଜ୍ୟ ସରକାର ଯଥାକ୍ରମେ ୬୦:୪୦ ଅନୁପାତରେ ଅର୍ଥ ବିନିଯୋଗ କରିବେ। ଏହି ଶୁଭ ଅବସରରେ ଓଡ଼ିଶା ପାଇଁ କେନ୍ଦ୍ରୀୟ ସହାୟତାର ବଡ଼ ଘୋଷଣା କରାଯାଇଛି। ଏହା ସହିତ ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧିନରେ ୬୩୦ କୋଟି ଟଙ୍କା ଏବଂ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା-ଜଳ ବିଭାଜିକା ବିକାଶ ଉପାଦାନ (ଡଊଉ-ଚଗକଝଣ ୨.୦) ପାଇଁ ୩୦ କୋଟି ଟଙ୍କା ମଞ୍ଜୁର କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଶୁଭଦୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ଶିବରାଜ ଜୀଙ୍କ ଓଡ଼ିଶା ପ୍ରୀତିକୁ ଉଚ୍ଚ ପ୍ରଶଂସା କରିଥିଲେ ।
ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରାୟଗଡ ଜିଲ୍ଲାରେ ଅନେକ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କୋଲନରା, ମୁନିଗୁଡା ଓ ରାୟଗଡ ବ୍ଲକରେ ୯୭ କୋଟି ଟଙ୍କା ବ୍ୟୟରେ ୩ଟି ବୃହତ୍ ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ ହୋଇଛି, ଯାହାଦ୍ୱାରା ୯୮ଟି ଗାଁର ଜନସାଧାରଣ ଉପକୃତ ହେବେ। ରାୟଗଡ଼ା, କାଶିପୁର, କେ. ସିଙ୍ଗପୁର, କୋଲନରା ଓ ମୁନିଗୁଡ଼ା ବ୍ଲକ ଅଞ୍ଚଳରେ ୧୦୪ କୋଟି ୫୬ ଲକ୍ଷ ଟଙ୍କା ବିନିଯୋଗରେ ୧୩ଟି ନୂଆ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା କାର‌୍ୟ୍ୟକାରୀ ହେବାକୁ ଥିବା ଏହି ସଡ଼କ ଓ ସେତୁ ପ୍ରକଳ୍ପଗୁଡ଼ିକ ଦ୍ୱାରା ସୁଦୂର ଗ୍ରାମାଞ୍ଚଳଗୁଡ଼ିକ ମୁଖ୍ୟ ସ୍ରୋତ ସହ ଯୋଡ଼ି ହୋଇପାରିବେ।
ଗ୍ରାମୀଣ ଅର୍ଥନୀତିକୁ ସଜାଡ଼ିବା ପାଇଁ ରାଜ୍ୟ ସରକାର ‘ଗସଗ୍ଦଗ୍ଦସକ୍ଟଦ୍ଭ ଚକ୍ଟଙ୍ଗବକ୍ସ’ (ଚକ୍ଟଙ୍ଗରକ୍ସ-ଡବଗ୍ଧରକ୍ସ-ଜକ୍ଟବୟ) ଅଭିଯାନ ଆରମ୍ଭ କରିଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ଯୋଜନାରେ ୫୦ରୁ ଅଧିକ ଜନସଂଖ୍ୟା ଥିବା କ୍ଷୁଦ୍ର ପଡ଼ା ଗ୍ରାମଗୁଡ଼ିକୁ ପକ୍କା ରାସ୍ତା, ବିଜୁଳି ଓ ପାନୀୟ ଜଳ ଯୋଗାଇ ଦିଆଯିବ। ସଡ଼କ ନିର୍ମାଣରେ ସ୍ୱଚ୍ଛତା ଓ ଗୁଣାତ୍ମକ ମାନ ରକ୍ଷା କରିବା ପାଇଁ ଏକ ସୁଦୃଢ ତ୍ରିସ୍ତରୀୟ ଯାଞ୍ଚ ବ୍ୟବସ୍ଥା କାର‌୍ୟ୍ୟକାରୀ କରାଯିବ।

Related Posts