Odisha News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୫/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗ ଦେଇ ଅଭିଯୋଗ ଶୁଣାଣୀ କରିଥିଲେ।
ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ- ୭୮ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୮ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା – ୧୦ଗୋଟି ଅଭିଯୋଗ ଆସିଥିଲା ।
ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆ ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର‌୍ୟ୍ୟକ୍ରମରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Related Posts