Odisha News

ବୌଦ୍ଧ ହରଭଂଗା ବ୍ଲକ୍ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୯/୧୧ : ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ୍ ସଭାଗୃହ, ଚାରିଛକରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ବିରଞ୍ଚି ନାରାୟଣ ଦରୱାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଏ ପି ଡି ଯଦୁମଣି ନାୟକ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ବିଡ଼ିଓ କର୍ଣ୍ଣ ସୁନା, ଡେପୁଟି କଲେକ୍ଟର ପରିପୂର୍ଣ୍ଣା ଦେବୀ, ମନ୍ସିତ ସ୍ୱରୂପ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାଜିନ୍ଦ୍ର କିଷାନ୍ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ଆଜିର ଶିବିରରେ ୧୦୭ ଗୋଟି ବ୍ୟକ୍ତିଗତ ଓ ୦୭ ଟି ଗୋଷ୍ଠିଗତ ଏଭଳି ମୋଟ ୧୧୪ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୨୦ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା ।
ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସାତ ଜଣ ଅସହାୟଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ୩୬,୦୦୦ ଟଙ୍କା ତତ୍କାଳ ସହାୟତା ପ୍ରଦାନ କରା ଯାଇଥିଲା ।
ଏହି ଅବସରରେ ଏକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଓ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟସେବା ଶିବିର ଆୟୋଜନ କରାଯାଇଥିଲା ।
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।
ଏହି ଅବସରରେ ସମସ୍ତ ଜିଲ୍ଲା ସ୍ତରୀୟ ଓ ଲାଇନ୍ ବିଭାଗ ଅଧିକାରୀ ମାନଙ୍କୁ ସଚ୍ଚୋଟତା ଓ ତତ୍ପରତା ସହିତ ଜନ ସାଧାରଣଙ୍କ ସମସ୍ତ ଅଭିଯୋଗ ଏକ ସପ୍ତାହ ମଧ୍ୟରେ ସମାଧାନ କରିବା ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଥିଲେ ।

Related Posts