Odisha News

ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଏଏସଆଇ ଶହୀଦ, ହେଡ କନେଷ୍ଟବଳ ଗୁରୁତର

ମାଲକାନଗିରି ୧୪।୩ : ସୋମବାର ଦିନ ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ ବିସ୍ଫୋରଣ ହୋଇଛି । ଏଥିରେ ଜଣେ ଏଏସଆଇ ଶହୀଦ ହୋଇଥିବା ବେଳେ ଜଣେ ହେଡ କନେଷ୍ଟବଳ ଗୁରୁତର ହୋଇଛନ୍ତି ।
ଖବର ଅନୁଯାୟୀ, ନାରାୟଣପୁର ଜିଲ୍ଲା ସୋନପୁର ଥାନା ଅନ୍ତର୍ଗତ ଧଣ୍ଡରିବାଡା ଅଞ୍ଚଳରେ ରାସ୍ତା କାମ ଚାଲୁଥିବା ବେଳେ ଆଇଟିବିପିର ୫୩ ବାଟାଲିୟନର ଯବାନ ମାନେ ଅପରେସନ କରୁଥିଲେ। ଠିକ୍ ଏହି ସମୟରେ ମାଓବାଦୀଙ୍କ ଦ୍ୱାରା ପୁର୍ବରୁ ଖଞ୍ଜା ଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଯେଉଁ ଥିରେ ରାଜେନ୍ଦ୍ର ସିଂ ନାମକ ଜଣେ ଏଏସଆଇ ଶହୀଦ ହୋଇଥିବା ବେଳେ ମହେଶ ନାମକ ଜଣେ ହେଡ କନେଷ୍ଟବଳ ଗୁରୁତ୍ୱର ହୋଇଛନ୍ତି । ଘଟଣାସ୍ଥଳକୁ ଡିଆରଜି ବାହିନୀର ଏକ ଟିମ ପଠାଯାଇଥିବା ବେଳେ ଆହତଙ୍କୁ ମେଡ଼ିକାଲ ଆଣିବାର ବ୍ୟବସ୍ଥା ଚାଲୁଥିବା ଜଣାପଡିଛି ।

Related Posts

Seo wordpress plugin by www.seowizard.org.