Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ , ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି

ଭୁବନେଶ୍ଵର, ୫/୬ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୨୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୦୪୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.