Odisha News

ସକ୍ରିୟ ଘୂର୍ଣ୍ଣିବଳୟ: ୩୬ ଘଣ୍ଟା ମଧ୍ୟରେ ସୁଦୃଶ ଲଘୁଚାପ

ଭୁବନେଶ୍ୱର,୯/୯: ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି ।
ଏହା ପ୍ରଭାବରେ ରାଜ୍ୟରେ ୧୨ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଏହିସବୁ ଜିଲ୍ଲା ଗୁଡ଼ିକ ପାଇଁ ପାଣିପାଗ ବିଭାଗପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୧୧ ତାରିଖରେ ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ଜାରି ହୋଇଛି।
ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।

Related Posts

Seo wordpress plugin by www.seowizard.org.