Odisha News

ଆଜି ହେଉଛି ପୌଷମାସ ଧନୁ ସଂକ୍ରାନ୍ତି : ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ

ପୁରୀ,୧୬/୧୨: ଆଜି ହେଉଛି ପୌଷମାସ ଧନୁ ସଂକ୍ରାନ୍ତି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠୁ ଆସନ୍ତା ମକର ସକ୍ରାନ୍ତି ଯାଏଁ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିବ। ଯେଉଁଥି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହୋଇଛି।
ଏହି ମାସ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ରହିଛି। ମହାପ୍ରଭୁଙ୍କ ପାଇଁ ମାସକ ଯାକ ମାତା ଯଶୋଦା ପହିଲି ଭୋଗ ପ୍ରସ୍ତୁତ କରିବେ। ଏହି ସମୟରେ କୁଆ କା ନ କହିବା ପୂର୍ବରୁ ବ୍ୟଞ୍ଜନ ଭୋଗ କରାଯାଇଥାଏ ।
ବିଶେଷ ଭାବେ ବିଭିନ୍ନ ସୁସ୍ୱାଦୁ ଖାଦ୍ୟ ଏଥିରେ ରହିବ। ବଡ଼ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡ଼ା, କାକେରା, ଲଡ଼ୁ ଗଜା ପ୍ରଭୃତି ରହିଛି। ପ୍ରତିଦିନ ଅବକାଶ ଓ ମଙ୍ଗଳ ଆଳତି ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲଗାଯିବ। ମହାପ୍ରଭୁଙ୍କୁ ଏହି ମାସକ ଯାକ ସ୍ୱତନ୍ତ୍ର ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ।

Related Posts

Seo wordpress plugin by www.seowizard.org.