Odisha News

କାର୍ଯ୍ୟରେ ଅବହେଳା, ୨୩୩ ମହାବିଦ୍ୟାଳୟ ପ୍ରିନ୍ସିପାଲଙ୍କ ଦରମା ବନ୍ଦ

ଭୁବନେଶ୍ବର,୨୭/୫: ସରକାରୀ କାର୍ଯ୍ୟରେ ଅବହେଳା ଯୋଗୁଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଣୁ ୨୨୩ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।
ସୂଚନା ଅନୁଯାୟୀ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ/କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି।
ବିଭାଗୀୟ ଚିଠିର ଉତ୍ତର ନ ଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନର ବିଫଳତା ବୋଲି କୁହାଯାଇଛି।ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Related Posts

Seo wordpress plugin by www.seowizard.org.