Odisha News

ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ, ଓ୍ୱେବସାଇଟ୍ରେ ରେଜଲ୍ଟ ଉପଲବ୍ଧ

ଭୁବନେଶ୍ୱର,୩୧/୫ : ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ରେଜଲ୍ଟ ଘୋଷଣା କରିଛନ୍ତି। ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି। ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି।
ରେଜଲ୍ଟ ଘୋଷଣା ପରେ ଛାତ୍ରଛାତ୍ରୀ ମାନେ www. orissaresults.nic.in ୱେବସାଇଟ ଓ ସାମ୍ସ ପୋର୍ଟାଲ୍ ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ।
ସୂଚନାଯୋଗ୍ୟ, ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ୍ ୫ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ଯୁକ୍ତ ୨ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନ ରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Related Posts

Seo wordpress plugin by www.seowizard.org.