ସମ୍ବଲପୁର,୮/୯ : ଆଜି ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା। ଦୁଲୁକୁଛି ମନ୍ଦିର ପରିସର । ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ ଓ ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ ।ପ୍ରଥମ ଶସ୍ୟକୁ ଇଷ୍ଟ ଦେବୀଙ୍କ ନିକଟରେ ଅର୍ପଣ କରିବାର ପରମ୍ପରାକୁ କୁହାଯାଇଥାଏ ନୂଆଖାଁଇ । ମା’ ନିକଟରେ ଅର୍ପଣ କରାଯାଉଥିବା ଚାଉଳକୁ ପଶୁପକ୍ଷୀ ବି ଅଇଁଠା କରି ନ ଥାନ୍ତି। ତେଣୁ ଫସଲ ପାଚିବା ପୂର୍ବରୁ ବିଲରୁ ଅମଳ କରି ଆଣି ମା’ଙ୍କୁ […]Continue Reading
Odisha News
ବାଲେଶ୍ୱର, ୮/୯ : ଗତକାଲି ଗଣେଶ ପୂଜା ଥିବା ବେଳେ ଆଜି ଧୁମଧାମରେ ହେଉଥିଲା ବିସର୍ଜନ । ବିସର୍ଜନ ଦେଖିବାକୁ ପୋଖରୀ ନିକଟରେ ଜମିଥିଲା ପ୍ରବଳ ଭିଡ଼। ଏହି ସମୟରେ ଘଟିଲା ଅଘଟଣ । ବିସର୍ଜନ ଦେଖିବାକୁ ଯାଇଥିବା ଦୁଇ ସମ୍ପର୍କୀୟ ଭାଇ ପୋଖରୀରେ ବୁଡ଼ିଗଲେ।ଏପରି ଏକ ଦୁଃଖଦ ଘଟଣା ଆଜି ସକାଳେ ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା କୁଳିଗାଁରେ ଘଟିଛି। ଏହି ଅଘଟଣରେ ବଡ଼ ଭାଇର ମୃତ୍ୟୁ ହୋଇଥିବା ବେଳେ ସାନ ଭାଇର ଅବସ୍ଥା ଗୁରୁତର […]Continue Reading
ଭୁବନେଶ୍ୱର,୮/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ।ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷା ଜାରି ରହିଛି।୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। Continue Reading
ଭୁବନେଶ୍ୱର,୮/୯: ନୂଆପଡ଼ା MVI ବିଜୟ କୁମାର ବେହୁରିଆ ଗିରଫ ହୋଇଛନ୍ତି । ନୂଆପଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ବିଜୟଙ୍କ ଗାଡ଼ିରୁ ୧ ଲକ୍ଷ ୩୨ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିଲା । ଖୋର୍ଦ୍ଧା ମେଡିକାଲ ସାମ୍ନାରେ ଗାଡ଼ି ଅଟକାଇ ଯାଂଚ ହୋଇଥିଲା । ଏହି ସମୟରେ ମିଳିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇନପାରିବାରୁ ନୂଆପଡ଼ା MVI ବିଜୟ କୁମାର ବେହୁରିଆଙ୍କୁ ଭିଜିଲାନ୍ସ ଗିରଫ କରିଛି ।ଏହାସହ ନୂଆପଡ଼ା ସ୍ଥିତ ତାଙ୍କ ଘର, ଜଗତସିଂହପୁର Continue Reading
ଓଡ଼ିଶା, ୮/୯ : ଆଜି ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ଗାଁଠୁ ସହର। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ।ନୂଆଁ ଅନ୍ନ ସହ ଭଳି ଭଳିକା ଖାଦ୍ୟ ଖାଇବେ। ସମ୍ବଲପୁରରେ ମାଆ ସମଲେଶ୍ୱରୀଙ୍କ ପାଖରେ ଓ ବଲାଙ୍ଗିରର ମା’ ପାଟଣେଶ୍ୱରୀଙ୍କ ପାଖରେ ନୂଆ ଖାଦ୍ୟ ଲାଗି କରାଯିବ। ସମ୍ବଲପୁରରେ ମା’ ସମଲେଇଙ୍କଠାରେ ଆଜି ପୂର୍ବାହ୍ନ ୯ଟା ୧୨ରୁ ୯ଟା ୨୭ ମିନିଟ ମଧ୍ୟରେ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୭/୯ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ ଯୋଜନା।ରାଜ୍ୟରେ ମହିଳାଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସରକାର “ସୁଭଦ୍ରା” ଯୋଜନା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ।ଏଥିପାଇଁ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ମହିଳା ମାନଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଓ ଉତ୍ସାହ ପରିଲକ୍ଷିତ ହୋଇଥିବା ଦେଖାଯାଇଛି ।ଯାହାକି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । Continue Reading
ଭୁବନେଶ୍ୱର, ୭/୯ : ଭାଦ୍ରବ ଶୁକ୍ଳ ଚତୁର୍ଥୀ, ଆଜି ହେଉଛି ଗଣେଶ ଚତୁର୍ଥୀ। ଗଜାନନଙ୍କ ପୂଜା ପାଇଁ ଗାଁଠୁ ସହର ସବୁଠି ଉତ୍ସାହ ଉଦ୍ଦିପନା। ଶିକ୍ଷାନୁଷ୍ଠାନ, ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ, ଏପରିକି ସାହି ଗଳିରେ ଆଜି ପୂଜା ପାଇବେ ଗଜାନନ ।ଖୋର୍ଦ୍ଧା ଜିଲ୍ଲାର ଜଟଣୀ ସହର ଗଣେଶ ପୂଜା ପାଇଁ ବେଶ୍ ପ୍ରସିଦ୍ଧ। ଏଠାରେ ୨୦୦ରୁ ଅଧିକ ମଣ୍ଡପରେ ପୂଜା ପାଉଛନ୍ତି ପ୍ରଭୁ ଗଜାନନ। ଚଳିତବର୍ଷ ୧୩ ଦିନ ଧରି ଚାଲିବ ଗଣେଶ ପୂଜା।ତେବେ ରାଜଧାନୀ ଭୁବନେଶ୍ବର, […]Continue Reading
ଭୁବନେଶ୍ୱର, ୭/୯: ଶନିବାରଠାରୁ ରାଜ୍ୟର ଗଡ଼ିଛି ସୁଭଦ୍ରା ରଥ । ସୁଭଦ୍ରା ଯୋଜନାରେ ନେଇ ଲୋକଙ୍କୁ ସଚେତନ କରିବାକୁ ଗାଁ ଗାଁରେ ବୁଲୁଛି ରଥ । ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତିରେ ଏହାର ଶୁଭାରମ୍ଭ ହୋଇଛି । […]Continue Reading
ଭୁୁବନେଶ୍ୱର, ୬/୯: ବିଜେପିରେ ମିଶିବା ପରେ ବିସ୍ଫୋରଣ ଘଟାଇଲେ ସୁଜିତ କୁମାର । ଜଣେ ଦୁଇ ଜଣଙ୍କ ଗୋଲାମୀ ପାଇଁ ବାଧ୍ୟ କରାଯାଉଥିଲା । ପ୍ରାୟ ଦେଢ ବର୍ଷ ହେଲା ଦଳରେ ମୋତେ ଅଣା ଦେଖା କରାଯାଉଥିଲା । କୌଣସି ଦଳୀୟ କାର୍ଯ୍ୟରେ ମୋତେ ସାମିଲ କରାଯାଉ ନ ଥିଲା ।ଜଣେ ଦୁଇ ଜଣ ବଡ ନେତାଙ୍କ ଗୋଲାମୀ ପାଇଁ କୁହାଯାଉଥିଲା । ସଂପୃକ୍ତ ନେତାଙ୍କୁ ମୁଣ୍ଡିଆ ମାରିବାକୁ କିଛି ନେତା କହୁଥିଲେ । ସେମାନଙ୍କ ଗୋଲାମୀ, […]Continue Reading




