Home Archive by category Odisha News (Page 471)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାପାଟଖଣ୍ଡା ମନ୍ଦିର ନିକଟରେ ଥିବା ମା ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରଥମ ଥର ପାଇଁ ବାହୁଡ଼ାଯାତ୍ରା ଉପଲକ୍ଷେ ଏକ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।ଏଥିରେ ମା ‘ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସଭାପତି ଲଳିତ କୁମାର ପାତ୍ର, ସମ୍ପାଦକ ଶିବରାମ ପ୍ରଧାନୀ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଦୀପ Continue Reading
Odisha News
ଭୁବନେଶ୍ବର, ୧୫/୭: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି।ଏହି ୮ ଜଣଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଗତ ୪ ତାରିଖରେ ଏକ ଚିଠି ଲେଖି ନିବେଦନ କରିଥିଲେ।ଏଠାରେ ସୂଚନାଯୋଗ୍ୟ ଯେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନଲଢାଳିଆ ଗ୍ରାମର Continue Reading
Odisha News
ନୂଆଦିଲ୍ଲୀ,୧୫/୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ସହିତ ବର୍ଷ ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।ଏହି ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ Continue Reading
Odisha News
ଭୁବନେଶ୍ୱର,୧୫/୭: ଅଭିଯୋଗ ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣିଛନ୍ତିି। ଆଜି ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିଲା।ବର୍ତ୍ତମାନ ସୁଦ୍ଧା ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଥିବା ସୂଚନା ମିଳିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆର୍ଡିସିସ୍ତରରେ ଅଭିଯୋଗର ସମାଧାନ ପାଇଁ ଯୋଜନା କରାଯାଉଥିବା ପ୍ରକାଶ କରିଛନ୍ତି।Continue Reading
Odisha News
ପୁରୀ,୧୫/୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ।ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ପରେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିତ୍ଲା। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଭାଇ Continue Reading
Odisha News
ଜୟପୁର, ୧୫/୭: ୪୮ ଘଣ୍ଟା ପରେ ଅପହୃତ ମିଲ୍ ମାଲିକ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛି କୋରାପୁଟ ପୁଲିସ। ଗତକାଲି ରାତି ୧ଟା ସମୟରେ ଅପହରଣକାରୀଙ୍କ କବଳରୁ ମୁକୁଳିଛନ୍ତି ଏ.ରମେଶ ପାତ୍ର। ଏନେଇ କୋରାପୁଟ ଆରକ୍ଷୀ ଅଧୀକ୍ଷକ ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ, ଜୟପୁରରେ ଏକ ରାଇସ୍ ମିଲର ମାଲିକ ରମେଶ ପାତ୍ରଙ୍କୁ ଅପହରଣ କରାଯାଇଥିଲା। ଏନେଇ ରମେଶଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ମୁତାବକ ରମେଶ ଘରକୁ ଫେରିବା ବେଳେ Continue Reading
Odisha News
ପୁରୀ,୧୫/୭: ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି।ଦାରୁବିଗ୍ରହମାନେ ନବଦିନାମତ୍କ ଯାତ୍ରା ସାରି ସୋମବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ମହାପ୍ରଭୁ ଆଡ଼ପ ମଣ୍ଡପରେ ଲୀଳା ସାରି ଶ୍ରୀମନ୍ଦିର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୭: ବୌଦ୍ଧ ସହରସ୍ଥିତ କଚେରୀରୋଡ ଠାରେ ମାଧବ ସେବା ଟ୍ରଷ୍ଟ ପକ୍ଷରୁ ସଂସ୍କୃତି ଭବନ କାର୍ଯ୍ୟାଳୟ ଉଦଘାଟିତ ହୋଇ ଯାଇଛି । ଏହି ଭବ୍ୟ କାର୍ଯ୍ୟକ୍ରମରେ ରାଷ୍ଟ୍ରିୟ ସ୍ୱୟଂସେବକ ସଂଘର ପଶ୍ଛିମପ୍ରାନ୍ତ କାର୍ଯ୍ୟକାରିଣୀ ସଦସ୍ୟ ମାନନୀୟ ବିଷ୍ଣୁ ଚରଣ ପାତ୍ର ଯୋଗଦେଇ ରାଷ୍ଟ୍ର ହିତପାଇଁ ସ୍ୱୟଂସେବକ ସର୍ବଦା ଉତ୍ସର୍ଗୀକୃତ ରହିବା ପାଇଁ ପରାମର୍ଶ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ, Continue Reading
Odisha News
ପୁରୀ, ୧୪/୭: ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଦିନ ୧ଟା ୨୮ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଗଠନ କରାଯାଇଥିବା ସ୍ବତନ୍ତ୍ର ଟିମ୍ ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିଛନ୍ତି। ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିବା ପରେ ଅଳଙ୍କାର ସ୍ଥାନାନ୍ତରିତ କରାଯାଇଛି।ଏହାକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତରିତ କରାଯାଇଛି। ବାହାର ରତ୍ନଭଣ୍ଡାର ଖୋଲିବାର ପ୍ରାୟ ୨ ଘଣ୍ଟା ପରେ ଭିତର ରତ୍ନଭଣ୍ଡାର ତାଲା କଟା Continue Reading
Odisha News
ପୁରୀ, ୧୪/୭: ମହତ ଉଦ୍ଦେଶ୍ୟ ନେଇ ଠିକ୍ ୧ଟା ୨୮ ମିନିଟରେ ଖୋଲାଗଲା ବହୁ ପ୍ରତୀକ୍ଷିତ ମହାପ୍ରଭୁଙ୍କ ରତ୍ନଭଣ୍ଡାର। ବାହାର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏବେ ରତ୍ନଭଣ୍ଡାର ମଧ୍ୟରେ ୧୧ଜଣିଆ ସଦସ୍ୟ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ଜୟ ଜଗନ୍ନାଥ ହେ ମହାପ୍ରଭୁ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍ ସ୍ପନ୍ଦନ। Continue Reading