ଭୁବନେଶ୍ବର, ୨୯/୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ Continue Reading
Odisha News
ଭୁବନେଶ୍ୱର, ୨୯/୨: ଶେଷରେ ସବୁ ଚର୍ଚ୍ଚା-ଆଲୋଚନାରେ ପୂର୍ଣ୍ଣଛେଦ ପକାଇ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ପ୍ରଶାନ୍ତଙ୍କୁ ଉତ୍ତରୀୟ ସହ ଟୋପି ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି ।ଏହି ମିଶ୍ରଣ ପର୍ବରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଉପସ୍ଥିତ ଥିବାବେଳେ ପ୍ରଶାନ୍ତଙ୍କ ସହ ଜିଲ୍ଲାପରିଷଦ ସଦସ୍ୟ ତଥା ବିଜେଡିର ବ୍ଲକ ସଭାପତି ଅନାଦି ସାହୁ, ବିଜେଡି ନେତା ଭବାନୀ ଜଗଦ୍ଦେବ ମହାପାତ୍ର, Continue Reading
ମୁମ୍ବାଇ,୨୯/୨: ପ୍ରଶଂସକଙ୍କୁ ଖୁସି ଖବର ଦେଲେ ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂ। ଖୁବଶୀଘ୍ର ଦୁହେଁ ମାତାପିତା ହେବେ ବୋଲି ଜଣାଇଲେ ଦୀପିକା। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ଗର୍ଭବତୀ ଥିବା ଦୀପିକା ଘୋଷଣା କରିଛନ୍ତି। ଦୀପିକାଙ୍କ ଗର୍ଭଧାରଣ ଖବର ଶୁଣିବା ପରେ ପ୍ରଶଂସକମାନେ ଖୁସିରେ ଶୁଭେଚ୍ଛା ଦେବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବରରେ ତାଙ୍କର ପ୍ରସବ ହେବ ବୋଲି ପୋଷ୍ଟରେ ସେ ଲେଖିଛନ୍ତି।ଏହି ପୋଷ୍ଟ ସେୟାର କରି Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୭/୬ : ବରୁଣେଇ ପାଇକ ସ୍ମାରକୀ ନିର୍ମାଣର ଚିନ୍ତା ନାୟକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୮ତମ ଜନ୍ମ ଦିବସ ପାଳନ ଅବସରରେ କଳିଙ୍ଗ ପାଇକ ସଂଗଠନ ପକ୍ଷରୁ ଖୋରଧା ଟି.ଏଲ.ସି ରୋଡ଼ସ୍ଥିତ ଜିଲ୍ଲା ପ୍ରେସ କ୍ଲବ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।କଳିଙ୍ଗ ପାଇକ ସଂଗଠନର ପୃଷ୍ଠପୋଷକ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ବି.ଜେ.ପି Continue Reading
ବୁର୍ଲା, ୨୯/୨ : ବିଶୃଙ୍ଖଳିତ ଆଚରଣ ପାଇଁ ଚାକିରିରୁ ବହିଷ୍କୃତ ହେଲେ ବୁର୍ଲା ଭିସୁଟର ସହକାରୀ ଅଧ୍ୟାପକ । ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ବିଭାଗର ସହକାରୀ ଅଧ୍ୟାପକ ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ବାହାରର ରାସ୍ତା ଦେଖାଇଛନ୍ତି ଭିସୁଟ କର୍ତ୍ତୃପକ୍ଷ ।ବିଶ୍ୱବିଦ୍ୟାଳୟର ବୋର୍ଡ ମ୍ୟାନେଜମେଣ୍ଟ ବୈଠକ ପରେ ଏହି ପଦକ୍ଷପ ଗ୍ରହଣ କରାଯାଇଛି।ସହକାରୀ ଅଧ୍ୟାପକ ଶିବ ପ୍ରସାଦ ପାଣିଗ୍ରାହୀ ସୋଶାଲ ମିଡିଆରେ ଭିସୁଟ କର୍ତ୍ତୃପକ୍ଷଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ Continue Reading
ରାଉରକେଲା, ୨୯/୨ : ଭିଜିଲାନ୍ସ ଜାଲରେ ଇଏସଆଇ ଡିସପେନସରୀ ବରିଷ୍ଠ କିରାଣୀ ଅଭିରାମ ସାହୁ । ଗ୍ୟାସ ମେକାନିକ ବିଶ୍ୱନାଥ ସିଂହଙ୍କ ଫାଇଲ ପାସ କରିଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ । ତାଙ୍କ ନିକଟରୁ ଭିଜିଲାନ୍ସ ଅଧିକାରୀ ରଙ୍ଗବୋଳା ଟଙ୍କା ଜବତ କରିଛନ୍ତି ।ଟିମ ଅଧିକାରୀ ଏକକାଳୀନ ତାଙ୍କ ଅଫିସ ଓ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରଖିଛନ୍ତି । ମିଳିଥିବା ସୂଚନାମୁତାବକ ବିଶ୍ୱନାଥ ବାଲୁଘାଟ ବସ୍ତିରେ ରହନ୍ତି […]Continue Reading
Traditional Vaidya skill camp organised at Muniguda By Pramod Sahukar ମୁନିଗୁଡା, 29/02/2024: କଲ୍ୟାଣସିଂଗପୁର ଠାରେ ପିରାମଲ ଫାଉଣ୍ଡେସନ ଦ୍ବାରା ରାୟଗଡ଼ା ଜିଲ୍ଲାରେ କାର୍ଯ୍ୟ କରୁଥିବା ପାରମ୍ପରିକ ବୈଦ ମାନଙ୍କ ପାଇଁ ଦକ୍ଷତା ପ୍ରମାଣପତ୍ର ପ୍ରଦାନ ନିମନ୍ତେ ଏକ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଥିଲା। ଏହି କାର୍ଯ୍ୟ ଭାରତ ସରକାରଙ୍କର ସଂସ୍ଥା କ୍ବାଲିଟି କାଉନସିଲ ଅଫ ଇଣ୍ଡିଆ ଦ୍ବାରା ନିୟୋଜିତ ବେଙ୍ଗାଲୁରୁ ସ୍ଥିତ Continue Reading
ଭୁବନେଶ୍ୱର,୨୮/୨: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବୁଧବାର ଓଡ଼ିଶା ଗସ୍ତରେ ଆସି ରାଜଧାନୀର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଏହି ଗସ୍ତ ସମୟରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।ବିଲ୍ ଗେଟ୍ସ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ମା’ଲୁମ୍ବିନୀବିହାରସ୍ଥିତ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତ ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି Continue Reading
ଭୁବନେଶ୍ବର, ୨୮/୨: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା ପରେ ମା’ କିଚକେଶ୍ବରୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି।ଏହା ପୂର୍ବରୁ ଖିଚିଂରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ବ୍ୟାପକ ପ୍ରସ୍ତୁତ କରାଯାଇଥିଲା। ଖିଚିଂର Continue Reading
ଭୁବନେଶ୍ୱର,୨୮।୨ : ଆଇଏଏସ୍ ସ୍ତରରେ ବୁଧବାର ଅଦଳବଦଳ ହୋଇଛି। ତିନି ଜିଲାର ଜିଲାପାଳଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲାପାଳଙ୍କୁ ବଦଳି କରାଯାଇଛି।ବିଭାଗ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଜିଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲାପାଳ ଦାୟିତ୍ୱ ଦିଆଯାଇଛି।ସେହିପରି ପୁରୀ ଜିଲାପାଳ ଥିଲା ବିଜୟ କୁମାର ଦାଶଙ୍କୁ ସିଏମ୍ସି କମିଶନର ଭାବେ ଦାୟିତ୍ୱ ମିଳିଛି । ଅନ୍ୟପକ୍ଷେ ଆଇଏଏସ୍ Continue Reading




