ଭୁବନେଶ୍ୱର,୧୨/୮: ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ନେଇ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ୍ କରିଛନ୍ତି। ଟୁଇଟ୍ କରି ନବୀନ କହିଛନ୍ତି, ୩ ହଜାରରୁ ୩୫୦୦ ଭତ୍ତା ବୃଦ୍ଧି ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା।ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ। ୪୫,୦୦୦ Continue Reading
ଭୁବନେଶ୍ୱର,୧୨/୮: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ। ସେହିପରି ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏ ଜମି ମିଳିବ। ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦିଆଯାଉଛି। ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ Continue Reading
ଭୁବନେଶ୍ବର,୧୨/୮ : ଭିଜିଲାନ୍ସ ଜାଲରେ କୁବେର ପୂର୍ବତନ ମୁଖ୍ୟଯନ୍ତ୍ରୀ।ଠୁଳ କରିଛନ୍ତି ଆଖି ଖୋସିଦେବା ପରି ସମ୍ପତ୍ତି। ଚଢ଼ାଉ ବେଳେ ଘରୁ ମିଳିଛି ପୁଳାପୁଳା ସୁନା ଓ ହୀରା ଗହଣା। ଯାହକୁ ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇ ଯାଇଛନ୍ତି।ଏସବୁ ଅମାପ ସମ୍ପତ୍ତିର ମାଲିକ ହେଉଛି ଜଌଈ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର।ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଆଜି ସକାଳେ Continue Reading
ଭୁବନେଶ୍ବର, ୧୦/୮ : ଓଡିଶାରେ ୬ଟି ରେଳ ପ୍ରକଳ୍ପ ଆରମ୍ଭ ହେବ। ଏଥି ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। କେନ୍ଦ୍ର ସରକାର ଦକ୍ଷିଣ ଓଡ଼ିଶା ସହ ପଶ୍ଚିମ ଓଡିଶାର ସଂଯୋଗ ଓ ଉତ୍ତର ଓଡିଶାରେ କେନ୍ଦୁଝର ମୟୂରଭଞ୍ଜ ସହ ଝାଡଖଣ୍ଡକୁ ସଂଯୋଗ କରିବାକୁ ନିଆଯାଇଛି ବଡ ପଦକ୍ଷେପ ନେଇଛନ୍ତି।ଏହା ଓଡିଶାରେ ରେଳ ଭିତ୍ତିଭୂମିକୁ ସୁଦୃଢ କରିବ। ବିଶେଷ କରି କଳାହାଣ୍ଡି, ନବରଙ୍ଗପୁର, ମାଲକାନିଗରି, ରାୟଗଡା, କୋରାପୁଟ କେନ୍ଦୁଝର ଏବଂ ମୟୂରଭଞ୍ଜର ଆର୍ଥିକ Continue Reading
ଭୁବନେଶ୍ୱର,୯/୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, Continue Reading
ଭୁବନେଶ୍ବର,୭/୮ : ପ୍ରାୟ ୧ ମାସ ଧରି ରାଜ୍ୟରେ ବର୍ଷା ଜାରି ରହିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଆହୁରି ୩ ଦିନ ଯାଏଁ ବର୍ଷା ଲାଗି ରହିବ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।ଫଳରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ଏହାର […]Continue Reading
ଭୁବନେଶ୍ୱର,୭/୮: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟର ସମସ୍ତ ବର୍ଗର କ, ଖ ଏବଂ ଗ କର୍ମଚାରୀଙ୍କ ପାଇଁ ଅଦ୍ୟ ବିଦ୍ୟମାନ ଥିବା ଚଇଜ/ଉଉଜ ଫରମାଟରୁ ୫ଟି ଚାର୍ଟର ପ୍ରତ୍ୟାହାର କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।ବିଜ୍ଞପ୍ତିରେ କୁହାଯାଇଛି ଯେ, ରାଜ୍ୟ ସରକାର ହୃଦୟଙ୍ଗମ କଲେ ଯେ, ବର୍ତ୍ତମାନ ପରିପ୍ରେକ୍ଷୀରେ ୫ଟି ଚାର୍ଟର ଓ ମୋ ସରକାରର କୌଣସି ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ନାହିଁ।ଏହି Continue Reading
ଭୁବନେଶ଼୍ବର, ୬/୮: ବହୁ ଚର୍ଚ୍ଚିତ ନିଟ୍ ୟୁଜି ପ୍ରଶ୍ନପତ୍ର ଲିକ୍ ମାମଲାରେ ଭୁବନେଶ଼୍ବର ଲିଙ୍କ୍ ସାମ୍ନାକୁ ଆସିଛି । ଏହି ମାମଲାରେ ଭୁବନେଶ଼୍ବରରୁ ଜଣଙ୍କୁ ଗିରିଫ କରିଛି ସବିଆଇ । ସୁଶାନ୍ତ ସାମନ୍ତ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରିଛି ସିବିଆଇ । ସୁଶାନ୍ତର ପ୍ରଶ୍ନପତ୍ର ବିତରଣରେ ସଂପୃକ୍ତି ଥିବା ଅଭିଯୋଗ ହୋଇଥିଲା । ସିବିଆଇ ତାଙ୍କୁ ଗିରଫ କରି କୋର୍ଟରେ ହାଜର କରିଥିଲା । ପରେ ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ ।ଭୁବନେଶ଼୍ବରରୁ […]Continue Reading
ଭୁବନେଶ୍ବର,୬/୮ : ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ । ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଭଦ୍ରକ, Continue Reading
ଭୁବନେଶ୍ୱର,୫/୮: ରାଜ୍ୟର ମୋହନ ମାଝିଙ୍କ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର ବଦଳିରେ ନୂଆ ଦାୟିତ୍ୱ ମିଳିଛି ।ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଅବସ୍ଥାପିତ ଥିବା ବରିଷ୍ଠ ଓଏଏସ ଲାଲା ମନୋଜ କୁମାର ରାୟ, ଶୁଭ୍ରାଂଶୁ ମିଶ୍ର, ମନୋଜ କୁମାର ସ୍ବାଇଁ ଓ ରବୀନ୍ଦ୍ର କୁମାର ସେଠୀଙ୍କ ସମେତ ପୂର୍ବ ସରକାରର ବିଭିନ୍ନ Continue Reading




