Puri, June 28 : Jashodaben, the wife of Prime Minister Narendra Modi visited Puri on Tuesday to avail the darshan of Lord Jagannath at the Adapa Mandap. She was accompanied by senior journalist Kishore Dwivedi, her brother Ashok Modi and social activist Arundhati Devi. They arrived in Puri at around 10 AM on Tuesday and […]Continue Reading
ପୁରୀ,୨୮/୬ : ଜନ୍ମବେଦିରେ ସରିଲା ଲୀଳାଖେଳା। ଆଜି ପୁଣି ରତ୍ନବେଦି ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଶ୍ରୀଜିଉମାନଙ୍କ ଅପେକ୍ଷାରେ ଦଣ୍ଡାୟମାନ ହୋଇଛନ୍ତି ତିନି ରଥ।ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟ ଅନୁସାରେ ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବେଶଶେଷ ନୀତି ଶେଷ ହେବା ପରେ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ Continue Reading
ପୁରୀ,୨୪/୬: ଆଜି ଶ୍ରୀଜିଉଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନରେ ହେବ ହେରାପଞ୍ଚମୀ ନୀତି। ବିଧି ପରମ୍ପରା ଅନୁଯାୟୀ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ। ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ହୋଇଥିଲା।ଗଇଁଠାଳ ଫିଟି ନ ଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ। ସୁସ୍ଥ ହେବା ପରେ ନବବିବାହିତା ଧର୍ମପତ୍ନୀ Continue Reading
ପୁରୀ,୨୦/୬: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନ୍ୟତମ ଆକର୍ଷଣ ‘ରଥଟଣା’ କାର୍ୟ୍ୟ ଆରମ୍ଭ ହୋଇଯାଇଛି। ପ୍ରଶାସନ ପକ୍ଷରୁ ରଥଟଣା କାମ ୪ଟାରୁ ଆରମ୍ଭ ହେବାକୁ ଥିବା ବେଳେ, ନୀତିନିର୍ଘଣ୍ଟ ଆଗୁଆ ଶେଷ ହୋଇଯାଇଥିବାରୁ ଅପରାହ୍ଣ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଯାଇଛି।ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ବଜକୁ ବଡ଼ଦାଣ୍ଡରେ ଟାଣିବା ଆରମ୍ଭ କରିଦେଇଛନ୍ତି। ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି। ଭକ୍ତମାନେ Continue Reading
ପୁରୀ,୨୦/୬: ଆଜି ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଟୁଇଟରରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ Continue Reading
ପୁରୀ,୨୦/୬: ଆଜି ହେଉଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଘୋଷଯାତ୍ରା ପାଇଁ ରଥ-ପଥ-ଭକ୍ତ ପ୍ରସ୍ତୁତ। ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇବେ ପ୍ରଭୁ।ଏଥିଲାଗି ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି। ଇତିମଧ୍ୟରେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଶେଷ ହୋଇଯାଇଛି। ଏଣେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଛି। ଏହାପରେ ମାତା ସୁଭଦ୍ରାଙ୍କର ଏବଂ Continue Reading
ପୁରୀ, ୧୨/୭ : ସରିଲା ଘୋଷଯାତ୍ରା। ୧୨ ଦିନର ଏହି ଲୀଳାଖେଳା ଶେଷ ପରେ ମଙ୍ଗଳବାର ନୀଳାଦ୍ରି ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନମଣ୍ଡପକୁ ବିଜେ କରିବେ।ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ।ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର Continue Reading
ପୁରୀ,୧୦/୭: ଆଜି ହେଉଛି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇ ଠାକୁରଙ୍କ ସୁନାବେଶ କରାଯିବ।ରଥ ଉପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି କରାଯିବ। ଅନ୍ୟାନ୍ୟ ନୀତିକାନ୍ତି ପରେ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ।ଭକ୍ତମାନେ ରାତି Continue Reading
ପୁରୀ,୯/୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରା କରି ଭକ୍ତଜନଙ୍କୁ ଆଡ଼ପ ମଣ୍ଡପରେ ଦୁର୍ଲଭ ଦର୍ଶନ ଦେଇ ଆଜି ଶ୍ରୀଜିଉ ଫେରିବେ ଶ୍ରୀମନ୍ଦିର।ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ସରିବାର ନୀତି ନିର୍ଦ୍ଧାରଣ ହୋଇଛି। ଏହାପରେ ସାଢ଼େ ୨ଟାରେ ଛେରାପହଁରା ଓ ଅପରାହ୍ନ ୪ଟାରେ ରଥଟଣା ପାଇଁ ନୀତି ନିର୍ଘଣ୍ଟ ହୋଇଛି।ତେବେ ତାର ବହୁ ପୂର୍ବରୁ ଏସବୁ ନୀତି ସାରିବାକୁ ଚାଲିଛି Continue Reading
ପୁରୀ, ୩/୭: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ହଜାର ହଜାର ଭକ୍ତ ମହାପ୍ରଭୁଙ୍କୁ ଆଡ଼ପମଣ୍ଡପରେ ଦର୍ଶନ କରିଛନ୍ତି।ଦୀର୍ଘ ୨ ବର୍ଷ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ସାଧାରଣଦର୍ଶକମାନେ ପ୍ରବେଶ କରିପାରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜି ଭକ୍ତମାନେ ଘଣ୍ଟା ଘଣ୍ଟା ଧରି ଶରଧାବାଲିରେ ଲାଇନ୍ରେ ଛିଡ଼ା ହୋଇଛନ୍ତି।ପବିତ୍ର ଶରଧାବାଲିରେ ରବିବାର ଲୋକାରଣ୍ୟ ଦେଖିବାକୁ ମିଳିଥିଲା। ସରକାରୀ ଓ ଅନେକ ଘରୋଇ କାର୍ୟ୍ୟାଳୟ ବନ୍ଦ ଥିବାରୁ ଭକ୍ତଙ୍କ ଗହଳି ଅନେକ Continue Reading