ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଶୁଭ ମୁହୂର୍ତ୍ତ। ଆଜି ଦିନ ୧ଟା ୨୮ ମିନିଟ୍ ସମୟରେ ରତ୍ନଭଣ୍ଡାର ଖୋଲିବ। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ।ରତ୍ନଭଣ୍ଡାର ଭିତରକୁ ୫ ଜଣ ସେବାୟତ, ତଦାରଖ କମିଟି ଅଧ୍ୟକ୍ଷ ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ସଦସ୍ୟ ଡାକ୍ତର ସି ଭି କେ ମହାନ୍ତିଙ୍କ ସମେତ ୧୧ଜଣ ଯିବେ। ଦିନ ୧୨ଟା ବେଳେ ସମସ୍ତେ […]Continue Reading
ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ମହାପ୍ରଭୁ ଲୋକନାଥଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି।ମହାପ୍ରଭୁ ଲୋକନାଥ ମହାପ୍ରଭୁ, ମହାଲକ୍ଷ୍ମୀ, ବାବା ଲୋକନାଥ ଓ ମା’ ବିମଳା ଆଶୀର୍ବାଦଙ୍କ ନେଇ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ଖୋଲିବା ସମୟରେ ଭଣ୍ଡାର ମେକାପ, ଦେଉଳକରଣ, ତଢ଼ଉକରଣ, ପ୍ରତିହାରୀ Continue Reading
ପୁରୀ, ୧୩/୭: ଆସନ୍ତା ସୋମବାର ଦିନ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଏଣୁ ଧାର୍ୟ୍ୟ ସମୟ ଅବଧି ମଧ୍ୟରେ ଆଡ଼ପ ମଣ୍ଡପ ନବମୀ ଦର୍ଶନ କରି ମହାପ୍ରଭୁଙ୍କ କୃପା ଲାଭ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।Continue Reading
ପୁରୀ, ୧୨/୭: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଆଜି ଅରବିନ୍ଦ ପାଢ଼ୀ ଦାୟିତ୍ୱ ନେଇଛନ୍ତି। ସେ ଦାୟିତ୍ୱ ନେବା ପରେ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଆଗାମୀ ବାହୁଡା ଯାତ୍ରାକୁ ନେଇ ଆକ୍ସନମୋଡକୁ ଆସିଛନ୍ତି।ଦାୟିତ୍ୱ ନେବା ପରେ ସେ କହିଛନ୍ତି, ଯଦି କୌଣସି ସେବାୟତ ରଥ ଉପରକୁ ମୋବାଇଲ ନେଇ ଯାଆନ୍ତି, ତେବେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରଥ ଉପରେ ରହି କୌଣସି ସେବାୟତ ଫଟୋ କିମ୍ବା ଭିଡିଓ କରିପାରିବେ ନାହିଁ।ସେହିଭଳି ରଥ Continue Reading
ପୁରୀ,୧୦/୭: ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ବୁଧବାର ବସିଥିବା ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି।ଗଜପତି କହିଛନ୍ତି, ଯାହା ଘଟିଲା ତାହା ସମସ୍ତଙ୍କୁ ମର୍ମାହତ କରିଛି, ଦୁଃଖିତ କରିଛି। କାଲିର ଘଟଣାରୁ ସେବାୟତମାନେ ଯାହା ଶିଖିବା କଥା ଶିଖିଛନ୍ତି।ଆଗାମୀ ଦିନରେ ଏହାର ପୁନରାବୃତ୍ତି ନ ହେବାକୁ ସେବାୟତ ଯତ୍ନ ନେବେ। ପହଣ୍ଡି ସମୟରେ ଓ ରଥ ଉପରେ ଅଧିକ ସେବାୟତ Continue Reading
ପୁରୀ, ୧୦/୭: ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।ଆଡ଼ପ ମଣ୍ଡପରେ ତିନି ଦିଅଁ। ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା।କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା ରାତିରେ ଦର୍ଶନ Continue Reading
By Sukant Mohanty Bhubaneswar, July 9: Ratna Bhandar, the treasure trove of Lord Jagannath’s Srimandir at Odisha’s Puri, is most likely to be opened on July 14. This was informed Justice Biswanath Rath, chairman of the recently reconstituted high-level committee The high committee has been formed on the direction of the High Court of Orissa […]Continue Reading
ପୁରୀ, ୯/୭: ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର, ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ। ସେ ଆହୁରି କହିଛନ୍ତି, ସରକାରଙ୍କୁ ନିଷ୍ପତ୍ତି ନେଇ ଜଣାଇଦିଆଯାଉଛି। ବିବରଣୀ ମ୍ୟାନେଜମେଣ୍ଟ କମିଟିକୁ ଦିଆଯିବ ଏହା ପରେ ମ୍ୟାନେଜମେଣ୍ଟ କମିଟି ସରକାରଙ୍କ ପାଖକୁ ଯିବ।ସରକାରଙ୍କ ନିର୍ଦେଶ ଆସିଲେ ରତ୍ନଭଣ୍ଡାର ଖୋଲିପାରିବ। ଆଶା କରୁଛି, ସରକାର ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ଲାଗି ଅନୁମତି ଦେବେ। ଚାବି କାମ Continue Reading
ପୁରୀ, ୮/୭: ଆଜି ପୁଣି ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ଭକ୍ତମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥକୁ ଟାଣୁଛନ୍ତି। ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯିବ।ସୂଚନାଯୋଗ୍ୟ, ଗତକାଲି ଦୁଇ ଘଣ୍ଟା ଆଗରୁ ପହଣ୍ଡି ଓ ଅନ୍ୟାନ୍ୟ ନୀତି ବି ଶେଷ ହୋଇ ସାରିଥିଲା। ଏଣୁ ଚତୁର୍ଦ୍ଧା ବିଗ୍ରହ ରଥାରୂଢ଼ ହେବା ପରେ ସଅଳ ରଥଟଣା ହେବ ବୋଲି ଆଶା କରାଯାଉଥିଲା। କିନ୍ତୁ ସଅଳ ନୀତିକାନ୍ତି ହୋଇଥିଲେ ବି […]Continue Reading
ପୁରୀ,୮/୭: ଗତକାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସକାଳେ ସୁମଦ୍ରକୂଳରେ ସେ ପ୍ରାତଃ ଭ୍ରମଣ କରୁଥିବାର ଦେଖିବାକୁ ମିଳିଥିଲା।ଅବଶ୍ୟ ତାଙ୍କ ସାଙ୍ଗରେ ସୁରକ୍ଷା କର୍ମୀ ବି ଥିଲେ। ଏହାଛଡ଼ା ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା। ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ରକୂଳକୁ ଯିବାକୁ ଅନୁମତି ନଥିଲା। ତେବେ ମହାମହିମଙ୍କୁ ଦେଖିବାକୁ ଦୂରରେ ଅପେକ୍ଷା Continue Reading




