Odisha News

ଗଜପତି: ଉପଜିଲ୍ଲାପାଳଙ୍କ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର ପରିଦର୍ଶନ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୨/୯ : ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ନିର୍ଦ୍ଦେଶ କ୍ରମେ ଆଜି ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ଗଜପତି ଜିଲ୍ଲା ଅନ୍ତର୍ଗତ ନୂଆଗଡ ବ୍ଲକ୍ର ଏନ: ଝାଲାରସିଂ , କିରାମା ଓ ଅନୁଗୁର ସମେତ ଅନ୍ୟ ଜନ ସେବା କେନ୍ଦ୍ର ଏବଂ ମୋ ସେବା କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ ।
ସେଠାରେ ସୁଭଦ୍ରା ଯୋଜନାର ଆବେଦନ ଫର୍ମର ସ୍ଥିତି ଅନୁଧ୍ୟାନ କରିବା ସହ ଜନସାଧାରଣଙ୍କୁ ସାମଗ୍ରିକ ସେବା ପ୍ରଦାନ କରିବା ପାଇଁ ସମସ୍ତ ଜନସେବା କେନ୍ଦ୍ରର ପରିଚାଳକ ମାନଙ୍କୁ ଅନୁରୋଧ କରିଥିଲେ ।
ଏହି ଗସ୍ତ ସମୟରେ ଉପଜିଲ୍ଲାପାଳ ବ୍ୟକ୍ତି ଗତ ଭାବେ କେନ୍ଦ୍ରଗୁଡ଼ିକରେ ଉପସ୍ଥିତ ହିତାଧିକାରୀଙ୍କ ସହ ଆଲୋଚନା କରି ଆବେଦନ ପ୍ରକ୍ରିୟା ଏବଂ ପ୍ରଦାନ କରା ଯାଉଥିବା ସେବା ସମ୍ପର୍କରେ ପ୍ରତ୍ୟକ୍ଷ ଭାବେ ହିତାଧିକରୀଙ୍କ ସହିତ ଆଲେଚନା କରିଥିଲେ ।
ସୁଭଦ୍ରା ଯୋଜନାର ସଫଳ ରୂପାୟନ ରେ ସେମାନଙ୍କର ଭୂମିକାର ଗୁରୁତ୍ବ ଉପରେ କେନ୍ଦ୍ର ପରିଚାଳକ ମାନଙ୍କୁ ଉପଜିଲ୍ଲାପାଳ ଶ୍ରୀ ପଣ୍ଡା ବୁଝାଇ ଥିଲେ ଓ ଆବଶ୍ୟକ ଦସ୍ତାବିଜ ଉପରେ ଆବେଦନକାରୀଙ୍କୁ ସ୍ପଷ୍ଟ ମାର୍ଗଦର୍ଶନ , ସଠିକ ସମୟରେ ପ୍ରକ୍ରିୟା କରଣ ଏବଂ ସମସ୍ତ କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖ୍ କେନ୍ଦ୍ର ଗୁଡିକୁ ଆସୁଥିବା ହିତାଧିକାରୀମାନେ ଯେମିତି ସଠିକ ଭାବେ ସୁଭଦ୍ରା ପୋର୍ଟାଲ ରେ ପଞ୍ଜିକରଣ କରିବେ ସେଥି ପ୍ରତି ଧ୍ୟାନ ଦେବା ପାଇଁ କେନ୍ଦ୍ରର କର୍ମଚାରୀ ମାନଙ୍କୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଯଦି କୌଣସି ଜନ ସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର କାର୍ଯ୍ୟରେ ଅବହେଳା କିମ୍ବା ଅନିୟମିତତା କଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।

Related Posts

Seo wordpress plugin by www.seowizard.org.