Odisha News

ଗଜପତି: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବର୍ଷର ପ୍ରଥମ ଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୨/୩: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜଜଙ୍କ କୋର୍ଟ ଠାରେ ଆଜି ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏହି ବର୍ଷର ପ୍ରଥମ ଜିଲ୍ଲାସ୍ତରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧ୍ଵକରଣଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରା-ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର‌୍ୟ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରକାରର ବିଚାରଧିନ ଥିବା କିମ୍ବା ପ୍ରାକ ମକଦ୍ଦମା ମାମଲା ରେ ତ୍ଵରିତ ବିଚାରାଣା ପାଇଁ ପଦକ୍ଷେପ ସ୍ବରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରା ଯାଇଥିଲା ।
ଲୋକ ଅଦାଲତ ରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଶ୍ରୀ ପ୍ରଦୀପ କୁମାର ସାମଲ , ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା , ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରଣା , ଉପ ଖଣ୍ଡିୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀମତୀ ବର୍ଷା ଶର୍ମା , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରି ଶ୍ରୀ ଶୁଭଜିତ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।
ସେହିପରି ଭାବେ ଜିଲ୍ଲାର ରା:-ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଦେୱାନି ବିଚାରପତି ତଥା ସବ-ଜଜ ଶ୍ରୀ ପୂଣ୍ୟଶୋକ୍ତ ରଥ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ପାରସ ପାଢୀ , ମୋହନା କୋର୍ଟ ଠାରେ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଧିକାରିଣୀ ଶ୍ରୀମତୀ ଅନନ୍ୟା ଦାସ ଓ କାଶିନଗର କୋର୍ଟ ଠାରେ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।
ସେହିପରି ବିଭିନ୍ନ ତହସିଲଦାର କୋର୍ଟ ମାନଙ୍କରେ ମଧ୍ୟ ଲୋକ ଅଦାଲତ ମାନ ଆୟୋଜିତ କରା ଯାଇଥିଲା ।
ଏହି ଲୋକ ଅଦାଲତ କାର୍ଯ୍ୟ ଜିଲ୍ଲା କୋର୍ଟର ଓକିଲ ସଂଘ\’ର ସମସ୍ତ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟ ରେ ନିଜ ନିଜ କେସ ମକଦମା ପରିଚାଳନା ରେ ସହଯୋଗ କରିଥିଲେ ।
ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ସମୁଦାୟ ୩ ହଜାର ୨୭୦ ଟି କେସର ତ୍ଵରିତ ବିଚାରକୁ ନିଆଯାଇ ମୋଟ ୩ ହଜାର ୧୩୫ ଟି କେସର ସମାଧାନ କରାଯାଇ ସର୍ବମୋଟ ଟ ୧୦ ଲକ୍ଷ ୬ ହଜାର ୧୯୮ ଟଙ୍କା ଅଦାୟ କରା ଯାଇଥିଲା ।
ଏହି ଲୋକ ଅଦାଲତର ସମସ୍ତ କାର୍ଯ୍ୟକ୍ରମ କୁ ପ୍ରାଧିକରଣର କର୍ମଚାରୀ ଶ୍ରୀ ରବୀନ୍ଦ୍ର କୁମାର ପରିଡା , ଶ୍ରୀ ଶିବ ପ୍ରସାଦ ସେନାପତି , ଶ୍ରୀ ରଘୁ ନନ୍ଦନ ଦାସ ଏବଂ ଶ୍ରୀ କାହ୍ନୁ ଚରଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ ପ୍ରଦାନ କରିଥିଲେ ।

Related Posts

Seo wordpress plugin by www.seowizard.org.