Odisha News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୮/୩ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଦମ୍ବାଳ ସ୍ଥିତ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଶ୍ରୀ ଶଙ୍କର କେରକେଟା ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଶୁଣାଣୀ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ ସମେତ ଆମେଡ଼ା , ଲୋବା ଓ ତଳମୁଣ୍ଡା ପଞ୍ଚାୟତର ମୋଟ- ୧୩୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୮୨ ଟି ରହିଥିଲା । ଉଭୟ ମୋଟ ୧୩୭ ଗୋଟି ଅଭିଯୋଗ ସମସ୍ୟା ମଧ୍ୟରୁ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ, ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ , ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା , ସମ୍ମତ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁକାନ୍ତ ପ୍ରଧାନ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାଃ ଏମ: ମୁବାରକ୍ ଅଲ୍ଲୀ ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ପ୍ରମୁଖଙ୍କ ସମେତ ସ୍ଥାନୀୟ ସରପଞ୍ଚ ଓ ଜନ ପ୍ରତିନିଧି ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Related Posts