ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୭/୬ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଧାଡିଆମ୍ବ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମଞ୍ଚାସୀନ ଥିଲେ ।
ଏହି କାର୍ଯ୍ୟକ୍ରମରେ ଧାଡ଼ିଆମ୍ବ ଗ୍ରାମ ପଞ୍ଚାୟତ ସମେତ ଚନ୍ଦ୍ରଗିରି , ବାଘମାରି ଓ ମାଣିକପୁର ପଞ୍ଚାୟତର ମୋଟ-୪୩ ଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାର ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ରାଜୀବ ଶବର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ , ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।