Odisha News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତିି,୨୭/୪ : ଗଜପତି ଜିଲ୍ଲା ନୂଆଗଡ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିନ୍ଦ୍ର ହୋନନାଗା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗ ଦେଇ ସମାଧାନ କରିଥିଲେ ।
ଏହି ଶୁଣାଣି ଶିବିର କାର୍ଯ୍ୟକ୍ରମରେ ନୁଆଗଡ ପଞ୍ଚାୟତ ସମିତିର ମୋଟ- ୩୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା – ୨୦ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି।
ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୮ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା ,ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା ,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ , ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର ମୋନାଲିସା ଆଚାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Related Posts