Odisha News

ଗଜପତି : ଜିଲ୍ଲାସ୍ତରୀୟ ୭୮ ତମ ସ୍ବାଧିନତା ଦିବସ ସମାରୋହ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୫/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ୭୮ତମ ସ୍ବାଧିନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।
ଏହି ସମାରୋହ କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା ଗଜପତି ମୁଖ୍ୟଅତିଥି ଭାବେ ଯୋଗଦେଇ ଶାନ୍ତି , ମୈତ୍ରୀ , ସମୃଦ୍ଧି ଓ ସ୍ବାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ ।
ଏହି ଅବସରରେ ଉପସ୍ଥିତ ଥିବା ସମବେତ ଜନସାଧାରଣଙ୍କୁ ଉଦବୋଧନରେ ପ୍ରଥମେ ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଓ ଅନନ୍ୟ ସାଂସ୍କୃତିକ ବିଭବ ବିମଣ୍ଡିତ ଗଜପତି ଜିଲ୍ଲାର ପୁଣ୍ୟ ଭୂମୀକୁ ସାଦର୍ ପ୍ରଣାମ ଜଣାଇବା ସହ ୭୮ ତମ ସ୍ବାଧିନତା ଦିବସ ପାଳନ ଅବସରରେ ଜିଲ୍ଲାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ ।
ସେହିଭଳି ଏହି ମାଟିର ସୁଯୋଗ୍ୟ ସନ୍ତାନ ତଥା ନବ ଉତ୍କଳର ନିର୍ମାତା ତଥା ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
କଳା , ସାହିତ୍ୟ , ସଂସ୍କୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟର ଆଦିଭୂମି ତଥା ଉତ୍କଳର ଅନ୍ୟତମ ପୁଣ୍ୟପୀଠ ହେଉଛି , ଏହି ଗଜପତି ।

ଦୀର୍ଘ ବର୍ଷ ବର୍ଷ ଧରି ସଂଗ୍ରାମ କରିବା ପରେ ଆମେ ଏହି ପବିତ୍ର ଦିନ ଫେରି ପାଇଛୁ । ଅନ୍ୟପକ୍ଷରେ ଏହା ସମ୍ଭବ ହୋଇଛି , ଭାରତମାତାର ଅନେକ ସୁଯୋଗ୍ୟ ସନ୍ତାନ ତଥା ସ୍ବାଧିନତା ସଂଗ୍ରାମୀ ମାନଙ୍କ ଆତ୍ମବଳୀ ଯୋଗୁଁ ।
ଆଦିବାସୀ ବହୁଳ ଗଜପତି ଜିଲ୍ଲାରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା କାର୍ଯ୍ୟକ୍ରମ କାର୍ଯ୍ୟକାରୀତା କରିବା ଜାରୀ ରହିବା ସହ ପ୍ରତିଶ୍ରୁତିବଦ୍ଧ । ଏହି ପବିତ୍ର ଦିବସରେ ସମସ୍ତେ ଦେଶ ମାତୃକାର ସେବା ପାଇଁ ଶପଥ ନେବା ଏବଂ ସେବା , ତ୍ୟାଗ ଓ ବୀରତ୍ବର ମନ୍ତ୍ରରେ ଦୀକ୍ଷିତ ହୋଇ ଦେଶର ସ୍ବାଧିନତା ଓ ଅଖଣ୍ଡତା କୁ ବଜାୟ ରଖିବା ସହ ଜାତି , ଧର୍ମ , ବର୍ଣ୍ଣ ଏବଂ ସମ୍ପ୍ରଦାୟକୁ ସମ୍ମାନ ଦେବା ଏବଂ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା କାର୍ଯ୍ୟକ୍ରମରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
ଏହି ଅବସରରେ ୨୫ ଟି ପ୍ୟାରେଡ ଦଳ ଅଂଶଗ୍ରହଣ କରିଥିଲେ । ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପଟ୍ଟା ବଣ୍ଟନ ଏବଂ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଓ ବିଭିନ୍ନ କ୍ଷେତ୍ରରେ ଜିଲ୍ଲା , ରାଜ୍ୟ ଓ ଜାତୀୟ ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ମୁଖ୍ୟଅତିଥି ପୁରସ୍କାର ଓ ମାନପତ୍ର ବଣ୍ଟନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ , ଏସପି: ସ୍ଵାତୀ ଏସ: କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଡିଏଫଓ ଶ୍ରୀ ଏସ: ଆନନ୍ଦ , ଜିଲ୍ଲା ପରିଷଦ ସିଡିଓ: ଡ଼ଃ ଗୁଣନିଧି ନାୟକଙ୍କ ସମେତ ବହୁ ସଂଖ୍ୟାରେ ପୋଲିସ ଅଧିକାରୀ ଓ ପ୍ରଶାସନିକ ଅଧିକାରୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ।

Related Posts

Seo wordpress plugin by www.seowizard.org.