Odisha News

ଜିଲ୍ଲାପାଳ ଖୋରଧା ଙ୍କର ଜିଲ୍ଲା ସଦର ମହକୁମାଠାରେ ଜନଶୁଣାଣୀ

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋରଧା, ୭/୪: ସୋମବାର ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି ।
ଉକ୍ତ ଜନଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ,ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ , ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ପ୍ରମୁଖ ଯୋଗଦେଇଥିଲେ ।
ଜିଲ୍ଲାପାଳ କହିଲେ ଯେ ଜନଶୁଣାଣି କାର୍ଯ୍ୟକ୍ରମ ସୁଶାସନ ବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ, ଏଣୁ ପ୍ରତ୍ୟେକ ଅଧିକାରୀ ନିଜ କାର୍ଯ୍ୟାଳୟ ଅଧୀନ କୌଣସି ଅଭିଯୋଗର ସମାଧାନକୁ ସ୍ଥଗିତ ନ ରଖି ସମାଧାନ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ସମସ୍ତ ଅଭିଯୋଗ ଗୁଡ଼ିକୁ ସରକାର ଏବଂ ଜିଲ୍ଲା ପ୍ରଶାସନ ନିୟମାନୁସାରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଆଜିର ଅଭିଯୋଗ ଶୁଣାଣିରେ ମୋଟ ୧୧୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୧୧୨ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୦୬ ଗୋଟି ଅଭିଯୋଗ ଥିଲା ।
ଜିଲ୍ଲାପାଳ ତତ୍କାଳ ୦୯ ଗୋଟି ଅଭିଯୋଗର ସମାଧାନ କରିଥିବାବେଳେ ସୁଜାତା ସାହୁ, ଗ୍ରାମ: ବଣିଆଟାଙ୍ଗି, ପୋଷ୍ଟ: ବାଜପୁର, ଗ୍ରା ପ: ବାଜପୁର, ବ୍ଲକ୍:ଖୋର୍ଦ୍ଧାଙ୍କୁ ଜିଲ୍ଲା ରେଡକ୍ରସ୍ ପାଣ୍ଠିରୁ ଆର୍ଥିକ ସହାୟତା ୧୦ ହଜାର ଟଙ୍କା ଅନୁମୋଦନ କରିଥିଲେ ।
ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର, ସମସ୍ତ ବି ଡି ଓ, ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ ।

Related Posts