ନୂଆସାହି ଛକ ନିକଟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲା ଜ଼ିଲ୍ଲା ପ୍ରଶାସନ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୮/୪: (ସୋମବାର )ସକାଳ ୭ ଘଣ୍ଟା ସମୟରେ ବୌଦ୍ଧ ନୂଆସାହି ଛକ ନିକଟରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୁର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛି ଜିଲ୍ଲା ପ୍ରଶାସନ ।
ସମବାୟ ବିଭାଗ ପକ୍ଷରୁ ଆୟୋଜିତ ଜୟନ୍ତୀ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ ପ୍ରମୁଖ ଯୋଗଦେଇ ମଧୁବାବୁଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସମବାୟ ସମିତି ସମୁହର ଉପ ନିବନ୍ଧକ ହାଡ଼ିବନ୍ଧୁ ମହାକୁଡ, ସହକାରୀ ନିବନ୍ଧକ ଫକୀର ଚରଣ ବାଘ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ
ଓ ଅନ୍ୟମାନେ ଉପସ୍ଥିତ ଥିଲେ । ଏହି ଅବସର ରେ ଏନ. ଏ. ସି. ବୌଦ୍ଧଗଡ଼ ପକ୍ଷରୁ ମଧ୍ୟ ମାଲ୍ୟାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।