ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବରଗୋଛା ପଞ୍ଚାୟତରେରେ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୯/୬ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍, ବରଗୋଛା ପଞ୍ଚାୟତ ସଭା ଗୃହରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ଅଧ୍ୟକ୍ଷ ମନମୁଣ୍ଡା ସି.ଏଚ୍.ସି ଡଃ ମହେନ୍ଦ୍ର ସଏ, ପ୍ରମୁଖ ଉପସ୍ଥିତ ଥିଲେ ।
ଆଜିର ଶିବିରରେ ୨୮ ଗୋଟି ବ୍ୟକ୍ତିଗତ ଓ ୨୨ ଟି ଗୋଷ୍ଠିଗତ ଏଭଳି ମୋଟ ୫୦ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା ।
କିଛି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା କ୍ଷ ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଜଣେ ଭିନ୍ନକ୍ଷମଙ୍କୁ ହ୍ୱିଲ ଚେୟାର ଓ ଜଣଙ୍କୁ ଶ୍ରବଣ ଯନ୍ତ୍ର ଜିଲ୍ଲାପାଳ ପ୍ରଦାନ କରିଥିଲେ ।
ବି.ଡ଼ି.ଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ଅତିରିକ୍ତ ତହସିଲଦାର ଧନଞ୍ଜୟ ସାହୁ, ଡେପୁଟି କଲେକ୍ଟର ସୁଧର୍ମା ମଲ୍ଲିକ, ବ୍ଲକର ସମସ୍ତ ଅଧିକାରୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ ।




