Odisha News

ଭିଜିଲାନ୍ସ ଜାଲରେ ଅତିରିକ୍ତ ଉପ-ଜିଲ୍ଲାପାଳ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ନବରଙ୍ଗପୁର,୨୩/୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଶାନ୍ତଙ୍କ ନବରଙ୍ଗପୁର ସରକାରୀ ବାସଭବନ, କାର୍ଯ୍ୟାଳୟ, ଭଦ୍ରକ ସ୍ଥିତ ପୈତୃକ ଘର, ଭୁବନେଶ୍ୱର ସ୍ଥିତ କାନନ ବିହାର ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।
ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରଶାନ୍ତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ତଦନ୍ତ କରି ପ୍ରଶାନ୍ତଙ୍କ ଘରେ ଆଜି ସକାଳେ ଚଢ଼ାଉ କରିଛି।
ସୂଚନାଯୋଗ୍ୟ, ପ୍ରଶାନ୍ତ ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକରେ ବିଡ଼ିଓ ଭାବେ କାର୍ଯ୍ୟ କରୁଥିଲେ। ଏହି ସମୟରେ କୌଣସି କାମ ପାଇଁ ବିରିପାଣି ପଞ୍ଚାୟତର ଜଣେ ଅଧିକାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ।

Related Posts