ମାଣ୍ଡିଆ ଚାଷୀଙ୍କ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା ଭିଜିଲାନ୍ସ

କୋରାପୁଟ,୨୮/୨: ମାଣ୍ଡିଆ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡ଼ିଲେ କୁନ୍ଦୁଲି ଲ୍ୟାମ୍ପସ ମ୍ୟାନେଜର ସତ୍ୟରଞ୍ଜନ ଚାଲାଣ ହୋଇଛନ୍ତି। ଶୁକ୍ରବାର କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ କୁନ୍ଦୁଲି ଲ୍ୟାମ୍ପର ଦାୟିତ୍ୱରେ ଥିବା ସତ୍ୟରଞ୍ଜନ ଚାଲାଣ ଜଣେ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ।
ଚାଲାଣ ମାଣ୍ଡିଆ କିଣିବାକୁ ବସ୍ତା ପିଛା ୪୫ ଟଙ୍କା ନେବାକୁ କହିଥିଲେ। ଏହିପରି ଭାବେ ୧୧୭ ବସ୍ତା ପାଇଁ ୩ ହଜାର ଟଙ୍କା ଲାଞ୍ଚ ଦେବାକୁ ଦାବି କରିଥିଲେ। ଲାଞ୍ଚ ଅର୍ଥ ନ ଦେଲେ ମାଣ୍ଡିଆ କିଣାହେବ ନାହିଁ ବୋଲି ରୋକଠୋକ ଶୁଣାଇଦେଇଥିଲେ। ଏନେଇ ଚାଷୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଏହାପରେ ଭିଜିଲାନ୍ସ ପକ୍ଷରୁ ପୂର୍ବରୁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇ ଜାଲ ବିଛା ଯାଇଥିଲା।