Odisha News

ମୁର୍ଶୁଣ୍ଢ ସ୍ଥିତ ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୮/୪ : (ସୋମବାର) ସକାଳ ଘ ୮. ୩୦ ମିନିଟ ସମୟରେ ମୁର୍ଶୁଣ୍ଢ୧ ସ୍ଥିତ ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।
ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସାର୍ଥକ ରାୟ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ ।
ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ- ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ ଉପସ୍ଥିତ ରହି ଆସିଥିବା ଅଭିଯୋଗ ଗୁଡିକର ସମାଧା ନ କରିଥିଲେ ।
ବୌଦ୍ଧ ଗୋଷ୍ଟୀ ଉନ୍ନୟନ ଅଧିକାରୀ ଯୁଧିଷ୍ଠିର ମେହେର, ଜ଼ିଲ୍ଲା ଜରୁରୀ କାଳୀନ ଅଧିକାରୀ ସୁଧର୍ମା ମଲ୍ଲିକ, ବୌଦ୍ଧ ବ୍ଲକ ଏବଂ ଜ଼ିଲ୍ଲା ଜରୁରୀ ଶାଖା ର କର୍ମଚାରୀ ମାନେ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।
ଏହି ଶୁଣାଣୀ ଶିବିର ରେ ସମସ୍ତ ବ୍ଲକ ସ୍ତରୀୟ ଏବଂ ଜ଼ିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Related Posts