ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ଗିରଫ

ଭୁବନେଶ୍ବର, ୧୮/୮: ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ସହକାରୀ କମିସନର ବିନୟ ଭୂଷଣ ତ୍ରିପାଠୀଙ୍କୁ ଗିରଫ କରିଛି ଭିଜିଲାନ୍ସ।
ସରକାରୀ ଟିକସ ହେରଫେର ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଓ ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।