Odisha News

ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନଷ୍ଟେବଲ୍

ଭୁବନେଶ୍ୱର,୧୬/୭: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କମିଶନରେଟ୍ ପୁଲିସ୍ର ଜଣେ କାର‌୍ୟ୍ୟରତ କନଷ୍ଟେବଲ୍।
ଏରିଅର ଟଙ୍କା କରାଇଦେବାକୁ କନଷ୍ଟେବଲ୍ ସୁରେଶ ଦାସ ନାମକ ଜଣେ ବ୍ୟକ୍ତିଙ୍କୁ ୮ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ଭିଜିଲାନ୍ସକୁ ଜଣାଇଥିଲେ। ସୁରେଶ ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟରୁ ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ୍ ହଠାତ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଧରିଥିଲା। ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Related Posts

Seo wordpress plugin by www.seowizard.org.