Odisha News

ସୁଖବର: ୮ ପ୍ରତିଶତ ସୁଧରେ ୪୦ଲକ୍ଷ ପର୍ଯ୍ୟନ୍ତ ଋଣ ପାଇବେ ସରକାରୀ କର୍ମଚାରୀ

ଭୁବନେଶ୍ବର,୧୨/୭: ୮ ପ୍ରତିଶତ ସୁଧରେ ସରକାରୀ କର୍ମଚାରୀ ପାଇବେ ୪୦ଲକ୍ଷ ପର୍ଯ୍ୟନ୍ତ ଋଣ । ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସପ୍ତମ ବେତନ କମିସନ ସୁପାରିଶ
ଆଧାରରେ ଏହା ଲାଗୁ କରାଯାଇଛି ।
ସୁଧହାର ପରିମାଣ ମଧ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର‌୍ୟ୍ୟାୟରେ କର୍ମଚାରୀମାନଙ୍କୁ ଦିଆଯିବ।
ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା। ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

Related Posts

Seo wordpress plugin by www.seowizard.org.