Odisha News

୨୪ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୈସୁମୀ: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ବର,୧୬/୬: ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରାକ୍-ମୌସୁମୀ ବର୍ଷା। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ବୁଧବାର ଦିନ ପ୍ରଥମେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ଧୀରେ ଧୀରେ ଏହା ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଛୁଇଁଛି। ପ୍ରାକ୍-ମୌସୁମୀ ସକ୍ରିୟ ରହିଥିବାରୁ ରାତି ସୁଦ୍ଧା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ଲାଗି ପାଗ ଅନୁକୂଳ ରହିଥିବାରୁ ଗୁରୁବାର କିମ୍ବା ଶୁକ୍ରବାର ସକାଳ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସ କହିଛନ୍ତି।

Related Posts

Seo wordpress plugin by www.seowizard.org.